ରାଜ୍ଯରେ ଆଜି ୬୧୮ କରୋନା ପଜିଟିଭ୍ ଚିହ୍ନଟ, ୩ ଜଣଙ୍କ ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୬୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୧୧ କ୍ୱାରେଣ୍ଟିନ ସେଣ୍ଟର ହୋଇଥିବାବେଳେ ୨୦୭ ଲୋକାଲ କେସରୁ ଚିହ୍ନଟ ହୋଇଛନ୍ତି। ୨୨ଟି ଜିଲ୍ଲାରୁ ଏହି ୬୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୪,୮୯୮ ରେ ପହଞ୍ଚିଛି। ସେଥିମଧ୍ୟରୁ ୯,୮୬୪ ଜଣ ସୁସ୍ଥ ହୋଇଥିବାବେଳେ ୪,୯୩୩ ଜଣ ଚିକିତ୍ସାଧୀନ ଅଛନ୍ତି। ତେବେ ଆଜିର ନୂଆ ପଜିଟିଭଙ୍କ ଭିତରୁ ଗଞ୍ଜାମରୁ ସର୍ବାଧିକ ୨୮୬ଜଣ ଚିହ୍ନଟ ହୋଇଥିବାବେଳେ, ଖୋର୍ଦ୍ଧାରୁ ୧୦୭ ଚିହ୍ନଟ ହୋଇଛନ୍ତି।

ଏହାସହ ଅନୁଗୁଳରୁ ୧୪, ବାଲେଶ୍ୱରରୁ ୬୧, ଭଦ୍ରକରୁ ୧, ବଲାଙ୍ଗୀରରୁ ୨, ବୌଦ୍ଧରୁ ୨, କଟକରୁ ୧୬, ଢେଙ୍କାନାଳରୁ ୨, ଜଗତସିଂହପୁରରୁ ୨୬, ଯାଜପୁରରୁ ୫, ଝାରସୁଗୁଡାରୁ ୧, କେନ୍ଦ୍ରାପଡାରୁ ୯, କେନ୍ଦୁଝରରୁ ୫, କୋରାପୁଟରୁ ୧, ମାଲକାନଗିରିରୁ ୧୩, ମୟୂରଭଞ୍ଜରୁ ୨୧, ନୟାଗଡରୁ ୧୫, ପୁରୀରୁ ୫, ରାୟଗଡାରୁ ୧, ସମ୍ବଲପୁରରୁ ୧୦ ଓ ସୁନ୍ଦରଗଡରୁ ୧୫ଜଣ ଚିହ୍ନଟ ହୋଇଛନ୍ତି।

ଏହାସହ ରାଜ୍ଯରେ କରୋନା ପୁଣି ନେଲା ଆଉ ୩ଜଣଙ୍କ ଜୀବନ । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୭ରେ ପହଞ୍ଚିଲା। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏମାନଙ୍କ ଭିତରେ ୨ଜଣ ଗଞ୍ଜାମର ଏବଂ ଜଣେ ଭୁବନେଶ୍ବରର ମୃତ୍ଯୁବରଣ କରିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.