ରାଜ୍ୟରେ ପୁଣି ୭ ଜଣ କରୋନା ପଜିଟିଭ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୧୧୮କୁ ବୃଦ୍ଧି

ଭୁବନେଶ୍ୱର (କେନ୍ୟୁଜ) : ରାଜ୍ୟରେ ପୁଣି ନୂଆ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ସୁନ୍ଦରଗଡ଼ରୁ 4 ଜଣ ଆକ୍ରାନ୍ତ ଥିବା ବେଳେ ଆଉ ୩ ଜଣ ଭଦ୍ରକ ଜିଲ୍ଲାର ବୋଲି ଜଣାପଡିଛି । ତେବେ ଭଦ୍ରକର ୩ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ ବାସୁଦେବପୁର ବ୍ଲକର ହୋଇଥିବା ବେଳେ ଜଣେ ବନ୍ତ ବ୍ଲକର ଚିହ୍ନଟ ହୋଇଛନ୍ତି । ଏହି ନୂଆ ସଂକ୍ରମିତଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ ରେ ସୂଚନା ପ୍ରଦାନ କରାଯାଇଛି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.