ଆଜି ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା ଭାଇରସ୍, ମୋଟ୍ ମୃତ୍ୟୁ ସଂଖ୍ୟା ୪୪୮କୁ ବୃଦ୍ଧି

ଭୁବନେଶ୍ବର : ଆଜି ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା ମାରାତ୍ମକ କରୋନା ଭାଇରସ୍‌ । ସମ୍ବଲପୁରରୁ ୩ ଜଣ ଆକ୍ରାନ୍ତଙ୍କ ଜୀବନ ଯାଇଥିବାବେଳେ, ବରଗଡରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ଭୁବନେଶ୍ବର ଓ ଭଦ୍ରକରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୪୮କୁ ବୃଦ୍ଧି ପାଇଛି ।

 ସୂଚନା ଥାଉକି, ଆଜି ରାଜ୍ଯରେ ୩୩୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସମୁଦାୟ ୩୦ଟି ଜିଲ୍ଲାରୁ ଏହି ସମସ୍ତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ କ୍ବାରେଣ୍ଟାଇନରୁ ୨୦୫୩ଏବଂ ଲୋକାଲ୍ କେସରୁ ୧୩୧୮ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ଯରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ଯା ୮୭,୬୦୨ ରେ ପହଁଚିଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.