ରାଜ୍ୟରେ ଆଜି ୭୫୭ କରୋନା ଆକ୍ରାନ୍ତ ଚିହ୍ନଟ, ଗଲା ୧୬ ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୭୫୭ କରୋନା ଆକ୍ରାନ୍ତ ଚିହ୍ନଟ । ସେମାନଙ୍କ ମଧ୍ୟରୁ ୪୩୬ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୩୨୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୧୨ ହଜାର ୪୫ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୨ ହଜାର ୭୯୬ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୮ ହଜାର ୮୮ ଜଣ। ଅନ୍ୟପକ୍ଷରେ ରାଜ୍ୟରେ ଆଉ ୧୬ ଜଣଙ୍କର କରୋନାଜନୀତ ମୃତ୍ୟୁ ଘଟିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.