ଆଜି ରାଜ୍ୟରେ ପୁଣି ୮ ଜଣଙ୍କ ଜୀବନ ନେଲା ମାରାତ୍ମକ କରୋନା ଭାଇରସ୍, ମୋଟ୍ ମୃତ୍ୟୁସଂଖ୍ୟା ୪୫୬କୁ ବୃଦ୍ଧି

ଭୁବନେଶ୍ବର : ଆଜି ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା ମାରାତ୍ମକ କରୋନା ଭାଇରସ୍‌ । ଏମାନଙ୍କ ଭିତରୁ ଭୁବନେଶ୍ବର ଓ ଗଞ୍ଜାମରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ବରଗଡ,ଭଦ୍ରକ,ବଲାଙ୍ଗିର ଓ ରାୟଗଡାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୫୬କୁ ବୃଦ୍ଧି ପାଇଛି ।

 ଆଜି ରାଜ୍ଯରେ ୩୬୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସମୁଦାୟ ୩୦ଟି ଜିଲ୍ଲାରୁ ଏହି ସମସ୍ତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ କ୍ବାରେଣ୍ଟାଇନରୁ ୨୨୪୧ ଏବଂ ଲୋକାଲ୍ କେସରୁ ୧୪୪୧ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ଯରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ଯା ୯୪,୬୬୮ ରେ ପହଁଚିଛି। ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୭୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.