ରାଜ୍ଯରେ ଆଜି ୮୬୮ କରୋନା ପଜିଟିଭ୍ ଚିହ୍ନଟ, ଗଲା ୧୫ ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ଆଉ ୮୬୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନ୍‌ରୁ ୫୦୨, ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି ୩୬୬ । ଖୋର୍ଦ୍ଧାରୁ ସର୍ବାଧିକ ୧୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ରୁ ୮୨, କଟକରୁ ୬୫, ବାଲେଶ୍ୱରରୁ ୫୨ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ମୟୂରଭଞ୍ଜରୁ ୪୬, ଅନୁଗୁଳରୁ ୪୧, କେନ୍ଦ୍ରାପଡ଼ାରୁ ୩୯, ବଲାଙ୍ଗିରରୁ ୩୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଜଗତସିଂହପୁରରୁ ୩୮, କଳାହାଣ୍ଡିରୁ ୩୬ ଜଣ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ମୋଟ ପଜିଟିଭ ସଂଖ୍ୟା ୩ ଲକ୍ଷ ୧୦ ହଜାର ୯୨୦କୁ ବୃଦ୍ଧି ପାଇଛି। ସେହିପରି ୮ ହଜାର ୮୧୮ ଚିକିତ୍ସିତ ହେଉଥିବା ବେଳେ , କରୋନାରୁ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୪ଶହ ୭୪ ଜଣ। ଅନ୍ଯପଟେ ରାଜ୍ୟରେ କରୋନାରେ ଆଉ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୭୫କୁ ବୃଦ୍ଧି ପାଇଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.