ରାଜ୍ୟରେ ଆଜି ୮୬୮ କରୋନା ଆକ୍ରାନ୍ତ ଚିହ୍ନଟ, ଗଲା ୧୭ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୮୬୮ କରୋନା ଆକ୍ରାନ୍ତ ଚିହ୍ନଟ । ଏହାକୁ ମିଶାଇ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୧୧,୭୮୮ରେ ପହଞ୍ଚିଛି। ନୂଆ ସଂକ୍ରମିତଙ୍କ ମଧ୍ୟରୁ ୪୯୯ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ, ୩୬୯ଜଣ ସ୍ଥାନୀୟ ସଂକ୍ରମିତ। ଏପଟେ ସୁସ୍ଥ ହୋଇ ସାରିଲେଣି ୩୦୧୭୭୭ ଜଣ। ପାଖାପଖି  ୮ ହଜାର ୩୬୬ଜଣ ଆକ୍ରାନ୍ତ ଏବେ ବି ଚିକିତ୍ସିତ ହେଉଛନ୍ତି ।

 ସେହିପରି ଆଜି ରାଜ୍ୟରେ ଆଉ ୧୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୭୭ରେ ପହଞ୍ଚିଯାଇଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.