ଆଜି ରାଜ୍ୟରେ ୯୮୭ କରୋନା ପଜିଟିଭ ଚିହ୍ନଟ, ଗଲା ୧୩ଜଣଙ୍କ ଜୀବନ

ଭୁବନେଶ୍ବର: ଆଜି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦ ତଳକୁ ଖସି ଆସିଛି। ଗତ ୨୪ ଘଣ୍ଟାରେ ଓଡ଼ିଶାରୁ ୯୮୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୭୨ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଏବଂ ୪୧୫ ଲୋକାଲ କେସ ଥିବା ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ତେବେ ଆଜି ସୁନ୍ଦରଗଡରୁ ସର୍ବାଧିକ ୧୦୭ ଟି ନୂଆ ମାମଲା ସାମ୍ନାକୁ  ଆସିଛି। ଅନ୍ୟ ସମସ୍ତ ଜିଲ୍ଲାରୁ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ତଳେ ରହିଛି।

ଏହାସହ ଆଜି ରାଜ୍ୟରେ ୧୩ ଜଣ କରୋନା ରୋଗୀ ମୃତ୍ୟୁବରଣ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୪୫୪ରେ ପହଞ୍ଚି ଥିବା କହିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.