କରୋନା ଭାଇରସ

ଅମ୍ଫାନ୍‌ ବାତ୍ୟା ତାଣ୍ଡବ ବେଳେ ଖୁସି ଖବର ଦେଲା ସ୍ବାସ୍ଥ୍ୟ ବିଭାଗ, ରାଜ୍ୟରେ ୩୬ କରୋନା ଆକ୍ରାନ୍ତ ସୁସ୍ଥ

କେନ୍ୟୁଜ୍ (ବ୍ୟୁରୋ): ଅମ୍ଫାନ୍‌ ବାତ୍ୟା ତାଣ୍ଡବ ରଚୁଥିବା ବେଳେ ଏକ ଖୁସି ଖବର ଦେଲା ସ୍ବାସ୍ଥ୍ୟ ବିଭାଗ।  ରାଜ୍ୟରେ ଆଉ ୩୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ଭିତରୁ ଗଞ୍ଜାମରୁ ୨୩ ଜଣ, ଯାଜପୁରରୁ ୫, ମୟୂରଭଞ୍ଜରୁ ୩, ପୁରୀ ଓ ଭଦ୍ରକରୁ ୨ ଜଣ ଲେଖାଏ ଏବଂ ରାଉରକେଲାରୁ ଜଣେ ଅଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳଯ ପକ୍ଷରୁ ଏହି ସୁଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଆଜି ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨କୁ ବୃଦ୍ଧି ପାଇଥିବା ବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୭୦୩ରେ ପହଞ୍ଚିଛି। ଆଜି ସୁସ୍ଥ ହୋଇଥିବା ୩୬ଜଣଙ୍କୁ ମିଶାଇଲେ ଏପର୍ଯ୍ୟନ୍ତ ୩୪୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କରୋନା ସଂକ୍ରମଣରେ ରାଜ୍ୟରେ ଏ ପର୍ଯ୍ୟନ୍ତ ୬ଜଣଙ୍କ ମୃତ୍ୟୁ ହୋଇଛି।

ସେହିଭଳି ଆଜି ରାଜ୍ୟରେ ୭୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୨ ଜଣ କ୍ୱାରେଣ୍ଟିନରେ ଥିଲେ। ଅନ୍ୟ ୨ ଜଣ ସ୍ଥାନୀୟ ବାସିନ୍ଦା ବୋଲି ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ। ଏବେ କିଛି  ସମୟ ପୂର୍ବେ କଳାହାଣ୍ଡିରେ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଏସମ୍ପର୍କରେ ସୂଚନା ଦେଇଛନ୍ତି ଜିଲ୍ଲାପାଳ ଗଭଳି ପରାଗ ହର୍ଷଦ । ଏମଧ୍ୟରୁ ୧୦ଜଣ ମହାରାଷ୍ଟ୍ର, ଗୁଜୁରାଟ, ଛତିଶଗଡ଼ ରାଜ୍ୟରୁ ଫେରିଥିବା ବେଳେ ସେମାନଙ୍କୁ କ୍ଵରେଣ୍ଟାଇନ ସେଣ୍ଟରରେ ରଖା ଯାଇଥିଲା । ଅନ୍ୟ ଜଣେ ଆକ୍ରାନ୍ତ କ୍ଵରେଣ୍ଟାଇନ ସେଣ୍ଟରର ସୁପର ଭାଇଜର ବୋଲି ଜଣାଯାଇଛି । କହିରଖିବା ଉଚିତ ହେବକି ପୂର୍ବରୁ ଜିଲ୍ଲାରେ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପରେ ଏହି ୨ ଜଣ ସୁସ୍ଥ ହୋଇଥିଲେ । ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଛୁଇଁଥିବା ବେଳେ ବର୍ତ୍ତମାନ ୧୧ ଟି ଆକ୍ଟିଭ କେଶ ରହିଛି ।

KNews Bureau

Recent Posts

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

22 seconds ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

14 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

60 mins ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

1 hour ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

9 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

10 hours ago