କରୋନା ଭାଇରସ

ଆମେରିକାରେ ମୃତ୍ୟୁର ତାଣ୍ଡବ ରଚୁଛି ପ୍ରାଣଘାତୀ ଭାଇରସ୍‌, ସଂକ୍ରମଣରେ ବ୍ରେକ ଲଗାଇବା ପାଇଁ ନର୍ସିଂ ହୋମ୍‌ଗୁଡ଼ିକୁ ଜାରି ହେଲା ନୂଆ ଗାଇଡ୍‌ ଲାଇନ୍‌

ଆମେରିକା: କରୋନା ତାଡନାରେ ତ୍ରାହି ତ୍ରାହି ଡାକୁଛି ଆମେରିକା । ମୃତ୍ୟୁର ତାଣ୍ଡବ ରଚୁଛି ପ୍ରାଣଘାତୀ ଭାଇରସ୍‌ । ପ୍ରତିଦିନ ଶହ ଶହ ମୁଣ୍ଡ ନେଉଛି । ଏପର୍ଯ୍ୟନ୍ତ ଆମେରିକାରେ କରୋନାରେ ୬ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହେଲାଣି । ସେହିପରି ୨ ଲକ୍ଷ ୪୫ ହଜାରରୁ ଅଧିକ ଆକ୍ରାନ୍ତ ହେଲେଣି ।

ସଂକ୍ରମଣକୁ ରୋକିବା ଦିଗରେ ବ୍ୟାପକ ପଦକ୍ଷେପ ନେଇଛି ସରକାର । ରାଷ୍ଟ୍ରପତି ଡୋନାଲ୍ଟ ଟ୍ରମ୍ପ କହିଛନ୍ତି, ସଂକ୍ରମଣରେ ବ୍ରେକ ଲଗାଇବା ପାଇଁ ନର୍ସିଂ ହୋମ୍‌ଗୁଡ଼ିକୁ ନୂଆ ଗାଇଡ୍‌ ଲାଇନ୍‌ ଜାରି ହୋଇଛି । ପ୍ରତିଦିନ ଆମେରିକାରେ ଲକ୍ଷେ ଅଧିକ ଲୋକଙ୍କ ନମୁନା ପରୀକ୍ଷା କରାଯାଉଛି । ଏଦିଗରେ ପ୍ରଗତି ପରିଲକ୍ଷିତ ହେଉଥିବା କହିଛନ୍ତି ଡୋନାଲ୍ଡ ଟ୍ରମ୍ପ ।

KNews Bureau

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

5 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

8 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

8 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

8 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

11 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

11 hours ago