Below header

ଭୁବନେଶ୍ୱରରୁ ଆଜି ପୁଣି ୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୯୧ ସୁସ୍ଥ

ରାଜଧାନୀରେ ଦିନକୁ ଦିନ ହ୍ରାସ ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଆଜି ଭୁବନେଶ୍ୱରରୁ ୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୧୩ ଜଣ କ୍ବାରେଣ୍ଟାଇନରୁ ଓ ୪୮ ଜଣ ଲୋକାଲ କଣ୍ଟାକ୍ଟ କେସରୁ ଅଛନ୍ତି। ସେହିଭଳି ଆଜି ୯୧ ଜଣ କରୋନା ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଥିବାର ଟ୍ବିଟ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ । କ୍ବାରେଣ୍ଟାଇନରୁ ଚିହ୍ନଟ ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ।

Image

ଚିହ୍ନଟ ହୋଇଥିବା କରୋନା ରୋଗୀମାନଙ୍କ ମଧ୍ୟରୁ ବଡ଼ଗଡ଼, ବ୍ରହ୍ମେଶ୍ଵରପାଟଣା, ଗଜପତିନଗର, ଓଜଉ ଭିଲେଜ, ଜାଗମରା, ଖଣ୍ଡଗିରି, ସହିଦ ନଗର, ଶୈଳଶ୍ରୀ ବିହାର ୟୁନିଟ -୩ ଓ ୟୁନିଟ-୭ ଅଂଚଳରୁ ଅନେକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Image

ଭୁବନେଶ୍ୱରରୁ ଏଯାବତ ୨୯ ହଜାର ୫୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୮ ହଜାର ୪୮୬ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୮୯୯ ଜଣ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୧୭୭ ଜଣଙ୍କର ମୃତ୍ୟୁ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.