ଆଜି ଭୁବନେଶ୍ଵରରେ ୭୪ କରୋନା ପଜିଟିଭ ଚିହ୍ନଟ, ୨୧୪ ସୁସ୍ଥ

କେନ୍ୟୁଜ୍(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଆଜି ୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୧୬ ଜଣ କ୍ବାରେଣ୍ଟାଇନରୁ ଓ ୫୮ ଜଣ ଲୋକାଲ କଣ୍ଟାକ୍ଟ କେସରୁ ଅଛନ୍ତି। ସେହିଭଳି ଆଜି ଆଜି ୨୧୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବାର ଟ୍ବିଟ ଯୋଗେ ସୂଚନା ଦେଇଛି ବିଏମସି।

Image

ସୂଚନା ଅନୁସାରେ କ୍ବାରେଣ୍ଟାଇନରୁ ଚିହ୍ନଟ କରୋନା ପଜିଟିଭ ବ୍ୟକ୍ତିମାନେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିଲେ। ପୁରୁଣା ଭୁବନେଶ୍ୱର, ୟୁନିଟ-୯ରୁ ଆଜି ୪ ଜଣ ଲେଖାଏଁ, ବରମୁଣ୍ଡା, ଡୁମଡୁମା, ନୟାପଲ୍ଲୀରୁ ୩ ଜଣ, ଚନ୍ଦ୍ରଶେଖରପୁରରୁ ୨ ଜଣ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Image

ଏମାନଙ୍କୁ ମିଶାଇ ଭୁବନେଶ୍ୱରରୁ ଆଜି ପର୍ଯ୍ୟନ୍ତ ୨୯ ହଜାର ୩୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୭ ହଜାର ୯୫୮ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୧ ହଜାର ୧୬୩ ଜଣ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୧୬୮ ଜଣଙ୍କର ମୃତ୍ୟୁ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.