ଭଦ୍ରକରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୦କୁ ବୃଦ୍ଧି

ଭଦ୍ରକ : ଚିନ୍ତା ବଢାଉଛନ୍ତି ପଶ୍ଚିମବଙ୍ଗ ଫେରନ୍ତା। ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ । ଆକ୍ରାନ୍ତ ଜଣକ ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ୍‌ର । ନୂଆ ଆକ୍ରାନ୍ତ ଜଣକ ପଶ୍ଚିମବଙ୍ଗ ଫେରନ୍ତା। ତାଙ୍କ ବୟସ ୪୦ ବର୍ଷ । ସଂକ୍ରମିତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି । ଏଥିସହ ବ୍ରାହ୍ମଣୀ ଗାଁ ଓ ଅରଣ୍ଡୁଆ ଗ୍ରାମ ପଞ୍ଚାୟତ କଣ୍ଟେନ୍‌ମେଣ୍ଟ ଜୋନ କରାଯାଇଛି । ଏହାକୁ ମିଶାଇ ଭଦ୍ରକରେ ପଜି଼ିଟିଭ୍‌ଙ୍କ ସଂଖ୍ୟା ୧୨ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.