ଆସନ୍ତାକାଲିଠୁ ପୁଣି ପଶ୍ଚିମା ଝଡ଼ ପ୍ରଭାବ: ଓଡ଼ିଶାର ୧୦ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ବର(କେନ୍ଯୁଜ୍): କାଲିଠୁ ପୁଣି ପଶ୍ଚିମା ଝଡ଼ ପ୍ରଭାବ। ପଶ୍ଚିମ ଓ ଉତ୍ତର ଓଡ଼ିଶାର ୧୦ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଉପାନ୍ତ ଉପକୂଳ ଓଡ଼ିଶା ସମେତ ନୟାଗଡ଼, ଅନୁଗୁଳ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାରେ ଘନ କୁହୁଡି ଦେଖା ଦେବ।

ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପଶ୍ଚିମା ଝଡ ପ୍ରଭାବରେ ୯ ଓ ୧୦ରେ ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ହେବ। ୧୦ ଓ ୧୧ ତାରିଖରେ ଉପକୂଳବର୍ତ୍ତୀ ଅଞ୍ଚଳରେ ଝଡ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ। ୩ ଦିନ ମଧ୍ୟରେ ରାତ୍ର ତାପମାତ୍ରା ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ସମ୍ଭାବନା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.