Below header

ରାଜ୍ୟରେ ସଂକ୍ରମଣ ବୃଦ୍ଧିର କିପରି ହେବ ମୁକାବିଲା, ସ୍ଥିତି ସମୀକ୍ଷା ପରେ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ୬ ସୂତ୍ରୀ ମନ୍ତ୍ର

ଭୁବନେଶ୍ବର: ରାଜ୍ୟରେ ସଂକ୍ରମଣ ବୃଦ୍ଧିର କିପରି ହେବ ମୁକାବିଲା। ସ୍ଥିତି ସମୀକ୍ଷା ପରେ ଜିଲ୍ଲାପାଳମାନଙ୍କୁ ୬ ସୂତ୍ରୀ ମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସାରାରାଜ୍ୟରେ କୋଭିଡ଼ ହସପିଟାଲ ଗୁଡିକରେ ଶଯ୍ୟା ସଂଖ୍ୟା ବୃଦ୍ଧି ସହ ଅଧିକ କୋଭିଡ କେୟାର ସେଣ୍ଟର ସ୍ଥାପନ କରାଯାଉ । ସର୍ବାଧିକ ସଂଖ୍ୟାରେ ଶଯ୍ୟା ଗୁଡିକରେ ଅକ୍ସିଜେନ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଅକ୍ସିଜେନ ବ୍ୟବସ୍ଥାକୁ ଯୁଦ୍ଧକାଳୀନ ଭିତ୍ତିରେ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ କାର୍ଯ୍ୟକାରୀ କରାଯିବା ସହ ଯୋଗାଣ ବ୍ୟବସ୍ଥାକୁ ଭଲ ଭାବରେ ତଦାରଖ କରାଯାଉ । ଅନେକ ରାଜ୍ୟରେ ଔଷଧର ଅଭାବ ଦେଖାଦେଇଛି । ଆଗକୁ ଅଧିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଔଷଧର ଏକ ବଫର୍‌ ଷ୍ଟକ ରଖିବା ପାଇଁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଜନସାଧାରଣ ଦ୍ୱିତୀୟ ଲହରର ଭୟାବହତା ସମ୍ପର୍କରେ ସଚେତନ ହେବା ଜରୁରୀ । କୋଭିଡ ନିୟମାବଳୀକୁ ମାନିବା କେତେ ଜରୁରୀ, ସେ ସମ୍ପର୍କରେ ଅନୁଭବ କରିବା ଦରକାର । ମିଶନ ଶକ୍ତି ଓ ପଞ୍ଚାୟତରାଜ ପ୍ରତିନିଧି ମାନଙ୍କୁ ସଚେତନତା କାର୍ଯ୍ୟକ୍ରମରେ ସାମିଲ କରାଯାଉ । ସମସ୍ତ କୋଭିଡ଼ ନିୟମାବଳୀ ଦୃଢ଼ ଭାବରେ ଲାଗୁ କରିବା କାର୍ଯ୍ୟକ୍ରମ ଜାରି ରହିବା ଜରୁରୀ । ଏହାସହ ପ୍ରବାସୀ ଶ୍ରମିକ ଆସିବାର ସମ୍ଭାବନା ରହିଛି । ସେଥିପ୍ରତି ଜିଲ୍ଲାପାଳ ପ୍ରସ୍ତୁତ ରହିବା ଆବଶ୍ୟକ । ପ୍ରବାସୀମାନଙ୍କ ପାଇଁ ଟେଷ୍ଟିଂ ଓ ସଙ୍ଗରୋଧ ବ୍ୟବସ୍ଥା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.