ରାଜ୍ୟରେ ବଢୁଛି କରୋନା ସଂକ୍ରମଣ, ଆଜି ସନ୍ଧ୍ୟାରେ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍) : ରାଜ୍ୟରେ ବଢୁଛି କରୋନା ସଂକ୍ରମଣ। ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୮୦୪ ନୂଆ ପଜିଟିଭ୍‌। ସଂକ୍ରମଣ ବଢୁଥିବାରୁ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ। ଆଜି ସନ୍ଧ୍ୟାରେ ରାଜ୍ୟରେ କଣ ରହିଛି କରୋନା ସ୍ଥିତି ସେନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସଂକ୍ରମଣ ବଢୁଥିବାରୁ ନିଜକୁ ଓ ଅନ୍ୟକୁ ସୁରକ୍ଷିତ ରଖିବା ପାଇଁ ଆହ୍ଵାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଗତକାଲି ଟ୍ଵିଟ୍‌ କରି ମୁଖ୍ୟମନ୍ତ୍ରୀ କହିଥିଲେ, କୋଭିଡ୍‌ ମହାମାରୀ ବିପଦ ଏଯାଏ ଟଳି ନାହିଁ । ମାସ୍କ ପିନ୍ଧିବାକୁ ପରାମର୍ଶ ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.