କରୋନା ଭାଇରସ

ଦେଶରେ ୫୦ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ମୃତୁସଂଖ୍ୟା ୧୭୮୩କୁ ବୃଦ୍ଧି

ନୂଆଦିଲ୍ଲୀ : ଦେଶରେ ୫୦ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ୫୨ ହଜାର ୯୫୨ରେ ପହଞ୍ଚିଛି । ପ୍ରତିଦିନ ଶହ ଶହ ଜୀବନ ନେଉଛି ଘାତକ ଭାଇରସ୍‌ । କରୋନା ମୃତୁସଂଖ୍ୟା ୧୭୮୩କୁ ବୃଦ୍ଧି ପାଇଛି । ଆକ୍ଟିଭ୍‌ କେସ୍‌ ରହିଛି ୩୫ ହଜାର ୯୦୨ । ସୁସ୍ଥ ହେଲେଣି ୧୫ ହଜାର ୨୬୭ଜଣ ।

ଅପରପଟେ ମହାରାଷ୍ଟ୍ରରେ ସ୍ଥିତି ସାଂଘାତିକ ହେବାରେ ଲାଗିଛି । ମହାରାଷ୍ଟ୍ରରେ ସର୍ବାଧିକ ୧୬ ହଜାର ୭୫୮ଜଣ ଆକ୍ରାନ୍ତ ହୋଇଛନ୍ତି । ୬୫୧ ମୁଣ୍ଡ ନେଲାଣି ଭୟଙ୍କର କରୋନା । ଆକ୍ରାନ୍ତଙ୍କ ସଂଖ୍ୟାରେ ଦ୍ୱିତୀୟ ସ୍ଥାନରେ ଥିବା ଗୁଜରାଟରେ ମୋଟ ୬ ହଜାର ୬୨୫ ଆକ୍ରାନ୍ତ ହୋଇଛନ୍ତି । ଗଲାଣି ୩୯୬ ଜୀବନ । ସେହିପରି ଦିଲ୍ଲୀ, ମଧ୍ୟପ୍ରଦେଶ, ତାମିଲନାଡୁ, ରାଜସ୍ଥାନରେ ବି ସ୍ଥିତି ଉଦବେଗଜନକ ରହିଛି । ଏହି ସଂକ୍ରମଣକୁ ରୋକିବା ପାଇଁ ପୁରା ଦେଶ ଲକଡାଉନ ସହ ବିଭିନ୍ନ ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି ।

KNews Bureau

Recent Posts

ଓଏସଆରଟିସି ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

12 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

19 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

21 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

38 mins ago

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

1 hour ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

1 hour ago