ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୧ ହଜାର ୨୧୮କୁ ବୃଦ୍ଧି, ମହାରାଷ୍ଟ୍ରରେ ଗତ ୨୪ ଘଣ୍ଟାରେ ସର୍ବାଧିକ ୧ ହଜାର ୮ଜଣ ସଂକ୍ରମିତ

ନୂଆଦିଲ୍ଲୀ: ଭାରତରେ କରୋନା ଉପରେ ଲାଗୁନି ବ୍ରେକ । ଦେଶରେ ମୃତ୍ୟୁ ସଂଖ୍ୟା ୧ ହଜାର ୨୧୮କୁ ବୃଦ୍ଧି ହୋଇଛି । କରୋନାରେ ୩୭ ହଜାର ୩୩୬ ଜଣ ଆକ୍ରାନ୍ତ ହୋଇଥିବା ବେଳେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୯ ହଜାର ୯୫୧ ଜଣ । ବିଭିନ୍ନ ହସ୍ପିଟାଲରେ ୨୬ ହଜାର ୧୬୭ ଜଣ ଚିକିତ୍ସାଧୀନ ଅଛନ୍ତି । ମହାରାଷ୍ଟ୍ରରେ ସ୍ଥିତି ଗମ୍ଭୀର ହେବାରେ ଲାଗିଛି । ବର୍ତ୍ତମାନ ସୁଦ୍ଧା ମହାରାଷ୍ଟ୍ରରେ ସର୍ବାଧିକ ୧୧ ହଜାର ୫୦୬ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୪୮୫ ଜଣଙ୍କର ମୃତ୍ୟୁ ହୋଇଛି । ଗତ ୨୪ ଘଣ୍ଟାରେ ସର୍ବାଧିକ ୧ ହଜାର ୮ଜଣ ସଂକ୍ରମିତ ହୋଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.