ରାଜ୍ୟରେ ବଢିଚାଲିଛି କରୋନା ମୃତ୍ୟୁ, ଆଜି ପୁଣି ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ଵର: ରାଜ୍ୟରେ ପୁଣି କରୋନା ନେଲା ୧୦ ଜୀବନ । କରୋନା ପାଇଁ ଦିନକୁ ଦିଅଁ ବିଗିଡ଼ିବାରେ ଲାଗିଛି ସ୍ଥିତି , ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୧୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଏହି ୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଦୁଇ ଜଣ, କଟକ, ନୟାଗଡ, ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।


ସୂଚନା ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୧୪୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୬୬୦୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୪୪୦୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୧୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.