ରାଜ୍ଯରେ ୨୯ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ଯା, ଆଜି ଆଉ ୧୦୬୮ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ଯରେ ଆଜି ୧୦୬୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୬୬୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଏବଂ ଲୋକାଲ କେସ୍ ରୁ ୪୦୬ଜଣ ଚିହ୍ନଟ ହୋଇଥିବାନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମୁଦାୟ ୨୮ଟି ଜିଲ୍ଲାରୁ ଏହି ସମସ୍ତ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ପଜିଟିଭଙ୍କ ସଂଖ୍ଯା ୨୯,୧୭୫ରେ ପହଁଚିଛି । ଏମାନଙ୍କ ୧୮,୦୬୦ ସୁସ୍ଥ ହୋଇସାରିଥିବାବେଳେ, ବିଭିନ୍ନ କୋଭିଡ୍ ହସ୍ପିଟାଲରେ ୧୦,୯୨୦ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୪୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ଅନୁଗୁଳରୁ ୨୦,ବାଲେଶ୍ବରରୁ ୨୯,ବରଗଡରୁ ୫, ଭଦ୍ରକରୁ ୪, ବଲାଙ୍ଗିରରୁ ୨୬, କଟକରୁ ୬୧,ଦେଓଗଡରୁ ୨, .ଢେଙ୍କାନାଳରୁ ୧, ଗଜପତିରୁ ୮୮, ଜଗତସିଂହପୁରରୁ ୩, ଯାଜପୁରରୁ ୧୨,ଝାରୁସୁଗୁଡାରୁ ୧୨,କଳାହାଣ୍ଡିରୁ ୧୯, କନ୍ଧମାଳରୁ ୧୧, କେନ୍ଦ୍ରାପଡାରୁ ୮, ଖୋର୍ଦ୍ଧାରୁ ୧୯୪, କୋରାପୁଟରୁ ୬୬, ମାଲକାନଗିରିରୁ ୧, ମୟୁରଭଞ୍ଜରୁ ୨୦ ଏବଂ ନବରଙ୍ଗପୁରରୁ ୨୬ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.