ରାଜ୍ୟରେ ଆଜି ୧୪୫ କରୋନା ପଜିଟିଭ୍ ଚିହ୍ନଟ, ୭ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଆଜି ୧୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍ରୁ ୮୪ ଓ ଲୋକାଲ କଣ୍ଟା କେସ୍ ୬୧ ଚିହ୍ନଟ । ୧୮ ବର୍ଷରୁ କମ୍ ବର୍ଗର ୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୫ ହଜାର ୭୬୦କୁ ବୃଦ୍ଧି ପାଇଛି ।

ସେହିପରି ରାଜ୍ୟରେ ପୁଣି ୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩ ଜଣ ମୃତକ ଅଛନ୍ତି। ଅପରପକ୍ଷରେ ଭୁବନେଶ୍ୱରରୁ ଜଣେ କରୋନା ସଂକ୍ରମିତଙ୍କ ପ୍ରାଣହାନି ଘଟିଛି। ତେଣେ କଟକ, କନ୍ଧମାଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୯ ହଜାର ୯୮କୁ ବୃଦ୍ଧି ପାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.