ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ: ଗତ ୨୪ ଘଣ୍ଟାରେ ୫ହଜାର ୫୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୫ହଜାର ୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୮.୨୦ ପ୍ରତିଶତ । ୨୪ ଘଣ୍ଟାରେ ୬୧ ହଜାର ୬୩୫ ନମୁନା ପରୀକ୍ଷା ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧ହଜାର ୧୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

କଟକରୁ ୪୯୫, ସୁନ୍ଦରଗଡ଼ରୁ ୪୨୯ ଓ ବାଲେଶ୍ୱରରୁ ୨୦୨ ନୂଆ କେସ୍‌ ଆସିଛି । ରାଜ୍ୟରେ ମୋଟ ପଜିଟିଭ୍‌ଙ୍କ ସଂଖ୍ୟା ୧୨ଲକ୍ଷ ୩୬ହଜାର ୨୨୬କୁ ବୃଦ୍ଧି ପାଇଛି। ଆକ୍ଟିଭ୍‌ କେସ୍‌ ରହିଛି ୬୪ହଜାର ୨୧୭।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.