ରାଜ୍ୟରେ ବଢିଲା ସଂକ୍ରମଣ: ଦିନକରେ ୨୯୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୯୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୭୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୨୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୩ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।  ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୮ ଜଣ, ଭଦ୍ରକରୁ ୨ ଜଣ, ବରଗଡ଼ରୁ ୪ ଜଣ, ବଲାଙ୍ଗୀରୁ ୧ ଜଣ, କଟକରୁ ୩୫ ଜଣ, ଦେବଗଡ଼ରୁ ୧ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୯ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୮ ଜଣ, କେନ୍ଦ୍ରାପଡ଼ାରୁ ୫ ଜଣ, କେନ୍ଦୁଝରରୁ ୮ ଜଣ, ଖୋର୍ଦ୍ଧାରୁ ୧୧୯ ଜଣ, ମୟୂରଭଞ୍ଜରୁ ୬ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୩ ଜଣ, ପୁରୀରୁ ୧୧ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୩ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୨୩ ଜଣ ଓ ଷ୍ଟେଟ ପୁଲରୁ ୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୫ ହଜାର ୧୩୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୪ ହଜାର ୮୦୩ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୮୧୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.