ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ୍ ଚିହ୍ନଟ, ଗତକାଲି କରାଯାଇଥିଲା କୋଭିଡ-୧୯ ଟେଷ୍ଟ

ପୁରୀ: ପୁରୀର ଶ୍ରୀ ଜଗନ୍ନାଥ ମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ୍ ଚିହ୍ନଟ । ଏ ନେଇ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ୧୧୪୩ଜଣ ସେବାୟତଙ୍କ କୋଭିଡ-୧୯ ପରୀକ୍ଷା କରାଯାଇଥିଲା । ସୁପ୍ରିମକୋର୍ଟଙ୍କ ପକ୍ଷରୁ ରଥଯାତ୍ରା ପୂର୍ବରୁ ଏଭଳି କରାଯିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।

positiveସେମାନଙ୍କ ଭିତରୁ ଜଣେ ମାତ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ଅନ୍ଯ ସେବାୟତମାନଙ୍କ ରିପୋର୍ଟ ନେଗେଟିଭ୍ ଆସିଥିବା କୁହାଯାଇଛି। ସୂଚନା ଥାଉକି, ପଜିଟିଭ ଚିହ୍ନଟ ହୋଇଥିବା ସେବାୟତଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେବାୟତଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଥିବା ନେଇ ସୂଚନା ଦେଇଛନ୍ତି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.