ରାଜ୍ୟରେ ଆଉ ୧୭୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ୮୨ ନୂଆ ସଂକ୍ରମିତ

ଭୁବନେଶ୍ବର(କେନ୍ଯୁଜ୍):ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ୮୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୪୬.୮୫ ପ୍ରତିଶତ । ଆଜି ମୋଟ ପଜିଟିଭ୍‌ ରେଟ୍‌ ରହିଛି ୦.୩୫ ପ୍ରତିଶତ । ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୩୦ ଜଣ । ୨୪ ଘଣ୍ଟାରେ ୪୮ ହଜାର ୯୪୪ କୋଭିଡ ଟେଷ୍ଟିଂ ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ୍‌ କେସ୍‌ ରହିଛି ୧ହଜାର ୯୦୧ ।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବରରୁ ୧ ଜଣ, ଭଦ୍ରକରୁ ୧ ଜଣ, କଟକରୁ ୧୨ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଜପତିରୁ ୩ ଜଣ, ଜଗତସିଂହପୁରୁ ୧ ଜଣ, ଯାଜପୁରରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୭ ଜଣ, ଖୋର୍ଦ୍ଧାରୁ ୮୨ ଜଣ, ମୟୂରଭଞ୍ଜରୁ ୧୨ ଜଣ, ପୁରୀରୁ ୬ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୪ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ ପୁଲରୁ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୧ହଜାର ୯୨୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୧ ହଜାର ୫୩୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୯୦୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.