ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ୮୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୪୮.୫୫ ପ୍ରତିଶତ । ଆଜି ମୋଟ ପଜିଟିଭ୍‌ ରେଟ୍‌ ରହିଛି ୦.୨୬ ପ୍ରତିଶତ । ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୨୬ ଜଣ । ୨୪ ଘଣ୍ଟାରେ ୬୪ ହଜାର ୯୮୯ କୋଭିଡ ଟେଷ୍ଟିଂ ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ୍‌ କେସ୍‌ ରହିଛି ୧ହଜାର ୯୮୯ ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ବରରୁ ୧ ଜଣ, ଭଦ୍ରକରୁ ୧ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୧୨ ଜଣ, ଦେବଗଡ଼ରୁ ୬ ଜଣ, ଢେଙ୍କାନାଳରୁ ୪ ଜଣ, ଗଜପତିରୁ ୩ ଜଣ, ଜଗତସିଂହପୁରରୁ ୧ ଜଣ, ଯାଜପୁରରୁ ୯ ଜଣ, କେନ୍ଦ୍ରାପଡ଼ାରୁ ୧ ଜଣ, ଖୋର୍ଦ୍ଧାରୁ ୮୪ ଜଣ, ମୟୂରଭଞ୍ଜରୁ ୧ ଜଣ, ପୁରୀରୁ ୧ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୫ ଜଣ ଓ ଷ୍ଟେଟ ପୁଲରୁ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୨ହଜାର ୩୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୧ ହଜାର ୮୩୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୯୮୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.