ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୩ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୬୫ଜଣ ପଜିଟିଭ୍

ଭୁବନେଶ୍ୱର(କେନ୍ୟୁଜ): ରାଜ୍ୟରେ ୧୦୦ ଟପିଲା ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ଆଉ ୧୧୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୬୫ ଓ କଟକରୁ ୨୧ ସଂକ୍ରମିତ ରହିଛନ୍ତି। ୧୮ ବର୍ଷରୁ କମ ବୟସ ବର୍ଗରେ ରହିଛନ୍ତି ୧୫ ଜଣ। ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫୧୭କୁ ବୃଦ୍ଧି ପାଇଛି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୮୯ହଜାର ୪୪୧କୁ ବୃଦ୍ଧି ପାଇଛି।

ସେପଟେ ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୧ହଜାର ୭୯୩। ୨୭ଜଣଙ୍କ ଜୀବନ ନେଇଛି ମାରାତ୍ମକ ଭାଇରସ୍‌। ଆକଟିଭ୍‌ କେସ୍‌ ୯୬ହଜାର ୭୦୦କୁ ବୃଦ୍ଧି ପାଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.