ରାଜ୍ୟରେ ବଢିଚାଲିଛି ମୃତ୍ୟୁ ସଂଖ୍ୟା, ଆଜି କରୋନାରେ ଆଉ ୧୪ ଜଣଙ୍କ ମୃତ୍ୟୁ

କେନ୍ୟୁଜ୍(ବ୍ୟୁରୋ): କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍ । ସପ୍ତାହେ ଧରି ୧୦ ଉପରକୁ ରହୁଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ଆଜି ୧୪ ଜଣ ଏହି କିଲର ଭାଇରସରେ ପ୍ରାଣ ହରାଇଥିବା ସୂଚନା ଦେଇଛି ସ୍ବାସ୍ଥ୍ୟ ବିଭାଗ। ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ସର୍ବାଧିକ ୧୫୨୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଘାତକ କରୋନା ସର୍ବାଧକ ଆଉ ୧୪ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୮୬ କୁ ବୃଦ୍ଧି ପାଇଛି । କୋଭିଡ ଜନିତ ମୃତ୍ୟୁରେ ଗଂଜାମରୁ ସର୍ବାଧିକ 6 ଜଣ ମୃତ୍ୟୁବରଣ କରିଛନ୍ତି । ଏହି ମୃତ ୧୪ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, ରାୟଗଡା, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ତେବେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୭,୪୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫,୩୩୪ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧ ହଜାର ୭୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୮୬ ଜଣଙ୍କର ମୃତ୍ୟୁ ଘଟିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.