କରୋନା ଭାଇରସ

ରାଜ୍ଯରେ ରେକର୍ଡ ଭାଙ୍ଗିବାରେ ଲାଗିଛି କରୋନା, ଆଜି ସର୍ବାଧିକ ୫୭୭ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ଯରେ ଆଜି ସର୍ବାଧିକ ୫୭୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଏମାନଙ୍କ ଭିତରୁ ୪୧୬ଜଣ କ୍ବାରେଣ୍ଟାଇନ୍ ସେଣ୍ଟରୁ ଚିହ୍ନଟ ଏବଂ ୧୬୧ଜଣ ଲୋକାଲ୍ କେସରୁ ଚିହ୍ନଟ ହୋଇଛନ୍ତି । ୨୨ଟି ଜିଲ୍ଲାରୁ ଏହି ସମସ୍ତ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି। ଏହାକୁ ମିଶାଇ ରାଜ୍ଯରେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧୧୨୦୧ରେ ପହଁଚିଛି । ଏହାସହ ୭୦୦୬ଜଣ ସୁସ୍ଥ ହୋଇ ଫେରିଛନ୍ତି । ଆକ୍ଟିଭ୍ କେସ୍ ୪୧୨୮ରହିଛି।


ଏମାନଙ୍କ ଭିତରୁ ଗଞ୍ଜାମରୁ ସର୍ବାଧିକ ୨୬୦, ଅନୁଗୁଳରୁ ୭, ବାଲେଶ୍ୱରରୁ ୩୦ , ଭଦ୍ରକରୁ ୨, ବୌଦ୍ଧରୁ ୫ , କଟକରୁ ୧୪,ଢେଙ୍କାନାଳରୁ୪ , ଗଜପତିରୁ ୧୭, ଜଗତସିଂହପୁରରୁ ୭ , ଯାଜପୁରରୁ ୯ , ଝାରସୁଗୁଡ଼ାରୁ ୧ , କନ୍ଧମାଳରୁ ୧ , କେନ୍ଦ୍ରାପଡ଼ାରୁ ୩ , କେନ୍ଦୁଝରରୁ୪୮, ଖୋର୍ଦ୍ଧାରୁ ୫୬, କୋରାପୁଟରୁ ୬ , ମାଲକାନଗିରିରୁ ୧, ମୟୁରଭଞ୍ଜରୁ ୧୪ , ନୟାଗଡ଼ରୁ ୧ , ପୁରୀରୁ ୫ , ସମ୍ବଲପୁରରୁ ୩ ଓ ସୁନ୍ଦରଗଡ଼ରୁ ୮୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Sonalisa

Recent Posts

ଜୁଆଣି ଖାଇବାର ଉପକାରିତା, ୟୁରିକ୍‌ ଏସିଡ୍‌ ଏବଂ କୋଷ୍ଠକାଠିନ୍ୟ ଭଳି ସମସ୍ୟାରୁ ମିଳିବ ମୁକ୍ତି

ଆଜିର ପରିବର୍ତ୍ତିତ ଲାଇଫ୍‌ ଷ୍ଟାଇଲ୍‌ରେ, ଯୁବକ ଠାରୁ ମଧ୍ୟମ ବୟସ୍କର ଲୋକ ସମସ୍ତେ ଅନେକ ପ୍ରକାରର ରୋଗର ଶିକାର ହେଉଛନ୍ତି…

5 mins ago

ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ଦେହାନ୍ତ, ଦୁଃଖ ବ୍ୟକ୍ତ କଲେ ସିଏମ୍‌ ଯୋଗୀ

ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ୯୦ ବର୍ଷ ବୟସରେ ଦେହାନ୍ତ ହୋଇଛି…

12 mins ago

ଅଲାରନାଥଙ୍କ ଅଣସର ଦର୍ଶନ କରିବେ ଭକ୍ତ, ଏବେ ଠାରୁ ଛୁଟିଲାଣି ଭକ୍ତଙ୍କ ସୁଅ

ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…

26 mins ago

ରାସ୍ତାରେ ଜଳିଗଲା ବାଇକ, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବିଭାଗ

ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ  ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ,  ଆଠମଲ୍ଲିକ  କିଆକଟା…

32 mins ago

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

1 hour ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

1 hour ago