ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୧୨୯ ରୁ ୧୪୩ ନମ୍ବର କରୋନା ଆକ୍ରାନ୍ତଙ୍କ ଗସ୍ତ ବିବରଣୀ ଜାରି

ଭୁବନେଶ୍ବର: ଆଜି ୧୫ଜଣ କରୋନା ଆକ୍ରାନ୍ତଙ୍କ ଗସ୍ତ ବିବରଣୀ ଜାରି କରିଛନ୍ତି ରାଜ୍ୟ ସରକାର। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୧୨୯ ରୁ ୧୪୩ ନମ୍ବର କରୋନା ଆକ୍ରାନ୍ତଙ୍କ ଗସ୍ତ ବିବରଣୀ ଜାରି କରାଯାଇ । ତେବେ ସୂଚନା ଅନୁସାରେ ସମସ୍ତ କରୋନା ଆକ୍ରାନ୍ତଙ୍କର ରହିଛି କୋଲକାତା ଲିଙ୍କ୍। ଆକ୍ରାନ୍ତଙ୍କ ମଧ୍ୟରେ ୯ ଜଣ ପୁରୁଷ ଥିବାବେଳେ ୬ ଜଣ ମହିଳା ଅଛନ୍ତି। ଏମାନଙ୍କ ଭିତରୁ, ୧୪ ଜଣ ଆକ୍ରାନ୍ତ ଯାଜପୁର ଜିଲ୍ଲାର ବୋଲି ଜଣାପଡିଛି। ଏମାନଙ୍କ ଭିତରୁ ବାଲେଶ୍ବର ଜିଲ୍ଲାର ଯେଉଁ ଜଣେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତାଙ୍କ ବୟସ ୫୮ ବର୍ଷ । ସେ ହେଉଛନ୍ତି ୧୪୩ ନଂ କରୋନା ଆକ୍ରାନ୍ତ। ତାଙ୍କ ଘର ସିମୁଳିଆ ଅଞ୍ଚଳରେ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.