Below header

ଭାରତରେ ବଢ଼ୁଛି କରୋନା ମୃତ୍ୟୁ ସଂଖ୍ୟା, ୧୩ ଜଣଙ୍କ ଜୀବନ ନେଲାଣି ଭୟଙ୍କର ଭାଇରସ୍‌

ନୂଆଦିଲ୍ଲୀ: ଭାରତରେ ବଢ଼ୁଛି କରୋନା ମୃତ୍ୟୁ ସଂଖ୍ୟା । ଏପର୍ଯ୍ୟନ୍ତ ୧୩ ଜଣଙ୍କ ଜୀବନ ନେଲାଣି ଭୟଙ୍କର ଭାଇରସ୍‌ । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଉଛି । ବର୍ତ୍ତମାନ ସୁଦ୍ଧା ୬୪୯ ଜଣ ସଂକ୍ରମିତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪୨ ଜଣ ସୁସ୍ଥ ହୋଇଛନ୍ତି । ଭାରତରେ ୩୩ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ମାଡିଲାଣି କରୋନା ଭାଇରସ୍‌ । ୫୯୩ ଜଣ କରୋନା ଆକ୍ରାନ୍ତଙ୍କ ବିଭିନ୍ନ ମେଡିକାଲରେ ଚିକିତ୍ସା ଚାଲିଛି । ଅନ୍ୟପଟେ ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୧ରେ ପହଞ୍ଚିଛି । କେରଳରେ ୧୧୦ ଜଣ ଆକ୍ରାନ୍ତ ହୋଇଛନ୍ତି । ଗୁଜରାଟରେ ୩୭, ରାଜସ୍ଥାନରେ ୩୬, ଉତ୍ତରପ୍ରଦେଶରେ ୩୬ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି । ପଶ୍ଚିମବଙ୍ଗରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ମୋଟ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜଣଙ୍କ ମୃତ୍ୟୁ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.