କରୋନା ଭାଇରସ

ସୁରତରୁ ବସ ଯୋଗେ ଯାଜପୁରକୁ ଫେରିଲେ ୧୦୫ ପ୍ରବାସୀ ଓଡ଼ିଆ, ବିନା ସୂଚନାରେ ଆସିଥିବା କହିଲା ପ୍ରଶାସନ

ଯାଜପୁର: ଗୁଜରାଟର ସୁରତରୁ ବସରେ ଯାଜପୁର ଜିଲ୍ଲାକୁ ଫେରିଲେ ୧୦୫ଜଣ ପ୍ରବାସୀ ଓଡ଼ିଆ । ଆଜି ସକାଳେ ସେମାନେ ୨ଟି ବସରେ ଜିଲ୍ଲାର ପ୍ରବେଶ ପଥ ଛତିଆରେ ପହଁଚିବା ପରେ ପ୍ରଶାସନ ପକ୍ଷରୁ ସେମାନଙ୍କୁ ସେଠାରେ ଅଟକାଯାଇ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ପରେ ସେମାନଙ୍କୁ ବିଭିନ୍ନ ବ୍ଲକକୁ ପଠାଯାଉଛି। ଏମାନେ ବିନା ସୂଚନାରେ ପହଞ୍ଚିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏମାନଙ୍କ ମଧ୍ୟରୁ ଯାଜପୁର ବ୍ଲକର ୫୩ଜଣ, ରସୁଲପୁରର ୨୦ଜଣ, ଧର୍ମଶାଳାର ୧୬ଜଣ , ବରୀର ୬ଜଣ, ବଡ଼ଚଣାର ୬ଜଣ,ବିଂଝାରପୁରର ୨ଜଣ, ସୁକିନ୍ଦା ଓ କୋରେଇ ବ୍ଲକ ଅଞ୍ଚଳରୁ ଜଣେ ଲେଖାଏଁ ଥିବା ଜଣାପଡିଛି । ସମସ୍ତଙ୍କୁ ସେମାନଙ୍କ ପଞ୍ଚାୟତରେ କରାଯାଇଥିବା କ୍ବାରେଣ୍ଟଇନ କେନ୍ଦ୍ରରେ ରଖାଯିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

Sonalisa

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

24 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

43 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

51 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

2 hours ago