କରୋନା ଭାଇରସ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୮ କରୋନା ପଜିଟିଭ୍ ଚିହ୍ନଟ : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେବଳ ଖୋର୍ଦ୍ଧାରୁ ୯୬ ପଜିଟିଭ୍‌ ବାହାରିଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୪୨.୧୦ ପ୍ରତିଶତ । ଆଜି ମୋଟ ପଜିଟିଭିଟି ରେଟ୍‌ ରହିଛି ୦.୪୫ ପ୍ରତିଶତ । ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୩୫ ଜଣ ଓ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ୨୪ ଘଣ୍ଟାରେ ୫୦ ହଜାର ୦୯୯ କୋଭିଡ ଟେଷ୍ଟିଂ ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ୍‌ କେସ୍‌ ରହିଛି ୨ହଜାର ୩୩୮ ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୭ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯୬ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୧ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୦ଜଣ, ରାୟଗଡ଼ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ୨ଜଣ ରହିଛନ୍ତି ।

 

Barsha

Recent Posts

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

4 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

38 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

46 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

1 hour ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

1 hour ago