ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦୪୩ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୫ ଆକ୍ରାନ୍ତ

ଭୁବନେଶ୍ୱର(କେନ୍ୟୁଜ୍) : ରାଜ୍ୟରେ ୧ ହଜାର ଟପିଲା ଦୈନିକ କରୋନା ସଂକ୍ରମଣ। ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୦୪୩ ପଜିଟିଭ୍‌ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୨୦୫ ଓ ସୁନ୍ଦରଗଡ଼ରୁ ୧୦୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

୧୮ ବର୍ଷରୁ କମ ବୟସ ବର୍ଗରେ ୧୦୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଆକ୍ଟିଭ୍‌ କେସ୍‌ ୪ ହଜାର ୮୨୫କୁ ବୃଦ୍ଧି ପାଇଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୯୭ହଜାର ୧୭୫କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.