କରୋନା ଭାଇରସ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୫ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬୧ ସଂକ୍ରମିତ

ଭୁବନେଶ୍ୱର(କେନ୍ୟୁଜ୍): ଆଜି ବି ହଜାରେ ଉପରେ ଦୈନିକ କରୋନା ସଂକ୍ରମଣ।  ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୨୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୪୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୧୨୨ ଜଣ ୧୮ ବର୍ଷରୁ କମ୍ ବୟସର ଥିବା ଜଣାପଡିଛି। ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୯୮, ୨୪୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୩, ୬୮୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୩୭୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ଆଜି ରାଜ୍ୟର ୨୮ଟି ଜିଲ୍ଲାରୁ ୧୦୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬୧ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧୪ ଜଣ, ଭଦ୍ରକରୁ ୫ ଜଣ, ବଲାଙ୍ଗୀରରୁ ୮ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୧୩୫ ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳରୁ ୨ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୨୧ ଜଣ, ଯାଜପୁରରୁ ୨୧ ଜଣ, ଝାରସୁଗୁଡ଼ାରୁ ୧୮ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪ ଜଣ, କନ୍ଧମାଳରୁ ୬ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ ଜଣ, କେନ୍ଦୁଝରରୁ ୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬୧, କୋରାପୁଟ ଜିଲ୍ଲାରୁ ୩ ଜଣ, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୫୨ ଜଣ, ନବରଙ୍ଗପୁରରୁ ୫ ଜଣ, ନୟାଗଡ଼ ଜିଲ୍ଲାରୁ ୧୮ ଜଣ, ନୂଆପଡ଼ାରୁ ୧୧ ଜଣ, ପୁରୀରୁ ୪୪ ଜଣ, ରାୟଗଡ଼ାରୁ ୧୩ ଜଣ, ସମ୍ବଲପୁରରୁ ୫୮ ଜଣ, ସୋନପୁରରୁ ୩୧ ଜଣ, ସୁନ୍ଦରଗଡ଼ରୁ ୧୧୧ ଜଣ ଓ ଷ୍ଟେଟପୁଲରୁ ୭୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Sonalisa

Recent Posts

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

5 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

39 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

47 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

1 hour ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

1 hour ago