ରାଜ୍ୟରେ ୨୪ ଘଣ୍ଟାରେ ୧୭୦ କରୋନା ପଜିଟିଭ୍‌, ଗଲା ୩ ମୁଣ୍ଡ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ୨୪ ଘଣ୍ଟାରେ ୧୭୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । କେବଳ ଖୋର୍ଦ୍ଧାରୁ ୬୧ ନୂଆ କେସ୍‌ ରହିଛି । ଯାହା ମୋଟ ଆକ୍ରାନ୍ତଙ୍କ ୩୫.୮୮ ପ୍ରତିଶତ । ଆଜି ମୋଟ ପଜିଟିଭ ରେଟ୍‌ ରହିଛି ୦.୩୦ ପ୍ରତିଶତ ।

୩୫୧ ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୨୪ ଜଣ । ୨୪ ଘଣ୍ଟାରେ ୫୫ ହଜାର ୭୪୩ କୋଭିଡ ଟେଷ୍ଟିଂ ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ୍‌ କେସ୍‌ ରହିଛି ୩ ହଜାର ୬୫୧ । ସେହିପରି ରାଜ୍ୟରେ ୨୪ ଘଣ୍ଟାରେ କରୋନା ନେଇଛି ତିନି ମୁଣ୍ଡ ।

ସୂଚନା ମୁତାବକ, ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୧ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୧୯ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୩ ଜଣ, ଗଜପତିରୁ ୧ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୬୧ ଜଣ, ମୟୂରଭଞ୍ଜରୁ ୩ ଜଣ, ପୁରୀରୁ ୧ ଜଣ, ସମ୍ୱଲପୁରରୁ ୯ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ ପୁଲରୁ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୨ ହଜାର ୯୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୦ ହଜାର ୮୮୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩ ହଜାର ୬୫୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.