ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୩ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ଆଉ ୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ୮୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୪୯.୭୧ ପ୍ରତିଶତ । ଆଜି ମୋଟ ପଜିଟିଭ୍‌ ରେଟ ରହିଛି ୦.୩୦ ପ୍ରତିଶତ । ସଂକ୍ରମିିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୨୧ ଜଣ । ୨୪ ଘଣ୍ଟାରେ ୫୭ ହଜାର ୨୬୯ କୋଭିଡ ଟେଷ୍ଟିଂ ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ୍‌ ରହିଛି ୨ ହଜାର ୦୦୧ ।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୩ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କଟକରୁ ୪ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତିରୁ ୩ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧ ଜଣ, ଖୋର୍ଦ୍ଧାରୁ ୮୬ ଜଣ, କୋରାପୁଟରୁ ୧ ଜଣ, ମୟୂରଭଞ୍ଜରୁ ୧୯ ଜଣ, ପୁରୀରୁ ୧୪ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୫ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ ପୁଲରୁ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୧ହଜାର ୪୧୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୦ ହଜାର ୯୨୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୧ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.