ରାଜ୍ୟରେ ପୁଣି କରୋନା ମୃତ୍ୟୁ ସଂଖ୍ୟା ଦୁଇ ଅଙ୍କ ଛୁଇଁଲା: ଦିନକରେ ଗଲା ୨୦ଜଣଙ୍କ ଜୀବନ, ୧୪୯୭ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ପୁଣି କରୋନା ମୃତ୍ୟୁ ସଂଖ୍ୟା ବଢିଛି। ରାଜ୍ୟରେ ୨୦ କରୋନା ସଂକ୍ରମିତଙ୍କ ପ୍ରାଣହାନି ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୭୫୪କୁ ବୃଦ୍ଧି ପାଇଛି। ଏହାସହ ଗତ ୨୪ଘଣ୍ଟାରେ ୧୪୯୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ସୂଚନା ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ , କଳାହାଣ୍ଡି ଜିଲ୍ଲାରୁ ୪ ଜଣ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏପଟେ କଟକ ଜିଲ୍ଲାର ୩ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି। ସେହିପରି ଜଗତସିଂହପୁର ଓ ନୟାଗଡ଼ ଜିଲ୍ଲାର ୨ଜଣ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି।

ଏହା ବ୍ଯତିତ ଯାଜପୁର, କେନ୍ଦ୍ରାପଡ଼ା ଓ ରାୟଗଡ଼ା ଜିଲ୍ଲାର ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏମାନଙ୍କ ଭିତରେ ୭ ଜଣ ମହିଳା ଓ ୧୩ ଜଣ ପୁରୁଷ ଥିବା ଜଣାପଡିଛି।ସୂଚନାଥାଉକି, ଗତକାଲି ରାଜ୍ୟରେ ୨୩ ଜଣ ସଂକ୍ରମିତଙ୍କ ପ୍ରାଣ ଯାଇଥିଲା।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.