ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ, ୨ମୃତ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ । ଏମାନଙ୍କ ମଧ୍ୟରୁ ୧୨୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୮୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।

ସୂଚନା ମୁତାବକ, ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୫ ହଜାର ୮୬୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୪ ହଜାର ୭୫୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୬୬୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି। ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨ଜଣଙ୍କ ଜୀବନ ନେଇଛି କରୋନା।

ତେବେ ଗତ ୨୪ ଘଣ୍ଟା ଚିହ୍ନଟ ୨୦୬ ଜଣ କରୋନା ପଜିଟିଭ୍ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୩ ଜଣ, ଭଦ୍ରକରୁ ୩ ଜଣ, ବୌଦ୍ଧ ଜିଲ୍ଲାରୁ ୨ ଜଣ, କଟକରୁ ୧୫ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୪ ଜଣ, ଯାଜପୁରରୁ ୧୨ ଜଣ, ଝାରସୁଗୁଡ଼ାରୁ ୩ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୧୨୦ ଜଣ, ସମ୍ୱଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ ପୁଲରୁ ୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.