ରାଜ୍ୟରେ ୨୪ ଘଣ୍ଟାରେ ୨୦୮ କରୋନା ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ୯୯ ନୂଆ କେସ୍‌

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ୨୪ ଘଣ୍ଟାରେ ୨୦୮ କରୋନା ପଜିଟିଭ୍‌ ଚିହ୍ନଟ । କେବଳ ଖୋର୍ଦ୍ଧାରୁ ୯୯ ନୂଆ କେସ୍‌ ରହିଛି । ଯାହା ମୋଟ ଆକ୍ରାନ୍ତଙ୍କ ୪୭.୫୯ ପ୍ରତିଶତ । ଆଜି ମୋଟ ପଜିଟିଭ ରେଟ୍‌ ରହିଛି ୦.୪୦ ପ୍ରତିଶତ । ୨୦୮ ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୨୩ ଜଣ । ୨୪ ଘଣ୍ଟାରେ ୫୧ ହଜାର ୮୩୦ କୋଭିଡ ଟେଷ୍ଟିଂ ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ୍‌ କେସ୍‌ ରହିଛି ୩ ହଜାର ୩୧୯ ।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩ ଜଣ, ଭଦ୍ରକରୁ ୧ ଜଣ, ବରଗଡ଼ରୁ ୧ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୨୦ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୨ ଜଣ, ଗଜପତିରୁ ୭ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୧୨ ଜଣ, ଝାରସୁଗୁଡ଼ାରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, ଖୋର୍ଦ୍ଧାରୁ ୯୯ ଜଣ, କୋରାପୁଟରୁ ୨ ଜଣ, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୫ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୩ ଜଣ, ସମ୍ୱଲପୁରରୁ ୧ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ ଜଣ ଓ ଷ୍ଟେଟ ପୁଲରୁ ୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୩ ହଜାର ୧୫୧ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୧ ହଜାର ୪୨୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩ ହଜାର ୩୧୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.