କରୋନା ଭାଇରସ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ। ଏମାନଙ୍କ ମଧ୍ୟରୁ ୧୨୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୮୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।  ୧୮ ବର୍ଷରୁ କମ୍ ବୟସ୍କ ୭୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ସାମିଲ୍ ଅଛନ୍ତି।

ସେହିପରି ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩ ଜଣ, ଭଦ୍ରକରୁ ୧ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, ଖୋର୍ଦ୍ଧାରୁ ୯୦ ଜଣ, କୋରାପୁଟରୁ ୨ ଜଣ, ମୟୂରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୯ ଜଣ, ସମ୍ୱଲପୁରରୁ ୧୩ ଜଣ, ସୁନ୍ଦରଗଡ଼ରୁ ୩୯ ଜଣ ଓ ଷ୍ଟେଟ ପୁଲରୁ ୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୭ ହଜାର ୩୮୬  ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୬ ହଜାର ୭୪୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୧୯୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Sonalisa

Recent Posts

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…

7 mins ago

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

25 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

28 mins ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

1 hour ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

1 hour ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

1 hour ago