ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୯ କରୋନା ପଜିଟିଭ ଚିହ୍ନଟ, ୩ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତିି । କେବଳ ଖୋର୍ଦ୍ଧାରୁ ୧୧୩ ନୂଆ କେସ୍‌ ରହିଛି । ଯାହା ମୋଟ ଆକ୍ରାନ୍ତଙ୍କ ୪୯.୩୪ ପ୍ରତିଶତ । ଆଜି ମୋଟ ପଜିଟିଭିଟି ରେଟ୍‌ ରହିଛି ୦.୩୯ ପ୍ରତିଶତ । ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୨୯ ଜଣ ।  ୨୪ ଘଣ୍ଟାରେ ୫୭ ହଜାର ୬୪୯ କୋଭିଡ ଟେଷ୍ଟିଂ ହୋଇଛି । ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ୍‌ କେସ୍‌ ରହିଛି ୨ ହଜାର ୬୧୬ ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୬ ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କଟକରୁ ୧୮ ଜଣ, ଦେବଗଡ଼ରୁ ୧ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, ଖୋର୍ଦ୍ଧାରୁ ୧୧୩ ଜଣ, କୋରାପୁଟରୁ ୩ ଜଣ, ମୟୂରଭଞ୍ଜରୁ ୧୧ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୩ ଜଣ, ସମ୍ୱଲପୁରରୁ ୧୩ ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୬ ହଜାର ୩୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୫ ହଜାର ୨୬୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୬୧୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Leave A Reply

Your email address will not be published.