ରାଜ୍ଯରେ ଆଉ ୨୭୧ କରୋନା ପଜିଟିଭ୍ ଚିହ୍ନଟ, ଗଲା ୨ ଜୀବନ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୭୧ ଜଣ କରୋନା ପଜିଟିଭ୍ । ଏମାନଙ୍କ ମଧ୍ୟରୁ ୧୫୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୧୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରେ ୧୮ ବର୍ଷରୁ କମ୍ ୬୦ ଜଣ କରୋନା ପଜିଟିଭ ଅଛନ୍ତି। ସେହିପରି ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟାରେ ଯାଇଛି ଲା ୨ ଜୀବନଙ୍କ ଜୀବନ।

ସୂଚନା ଥାଉକି, ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୪ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୨୩ ଜଣ, ଦେବଗଡ଼ରୁ ୮ ଜଣ, ଢେଙ୍କାନାଳରୁ ୫ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୧୦ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, ଖୋର୍ଦ୍ଧାରୁ ୧୧୨ ଜଣ, ମାଲକାନଗିରିରୁ ୫ ଜଣ, ମୟୂରଭଞ୍ଜରୁ ୫ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୪ ଜଣ, ପୁରୀରୁ ୬ ଜଣ, ସମ୍ୱଲପୁରରୁ ୨୦ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୪ ହଜାର ୬୯୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୩ ହଜାର ୩୪୪ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ୨ହଜାର ୯୩୨ ଜଣ ସଂକ୍ରମିତ ସକ୍ରିୟ ରହିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.