ଆଜି ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୪୬ କରୋନା ପଜିଟିଭ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୯ ଜଣ ଚିହ୍ନଟ

ଭୁବନେଶ୍ବର(କେନ୍ୟୁଜ୍): ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୬ ଜଣ କରୋନା ପଜିଟିଭ ଚିହ୍ନଟ । ଏମାନଙ୍କ ମଧ୍ୟରୁ ୨୦୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୪୪ ଜଣ  ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୯ ଜଣ ୧୮ ବର୍ଷରୁ କମ୍ ବୟସର ରହିଛନ୍ତି।

ଆଜି ରାଜ୍ୟର ୧୮ଟି ଜିଲ୍ଲାରୁ ୩୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୧୨ଟି ଜିଲ୍ଲାରେ କରୋନା ସଂକ୍ରମଣର କୌଣସି ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୯ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ଗତକାଲି ୨୩୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.