ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୮୭ କରୋନା ପଜିଟିଭ ଚିହ୍ନଟ, ୪ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୮୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତିି । କେବଳ ଖୋର୍ଦ୍ଧାରୁ ୧୯୫ ନୂଆ କେସ୍‌ ରହିଛି । ଯାହା ମୋଟ ଆକ୍ରାନ୍ତଙ୍କ ୫୦.୩୮ ପ୍ରତିଶତ । ଆଜି ମୋଟ ପଜିଟିଭିଟି ରେଟ୍‌ ରହିଛି ୦.୬୦ ପ୍ରତିଶତ । ୩୮୭ ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୭୫ଜଣ । ୨୪ ଘଣ୍ଟାରେ ୬୪ ହଜାର ୩୦୨ କୋଭିଡ ଟେଷ୍ଟିଂ ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ୍‌ କେସ୍‌ ରହିଛି ୨ ହଜାର ୯୮୦ । ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନାରେ ୪ଜଣ ମୃତ୍ଯୁବରଣ କରିଛନ୍ତି।

 

Leave A Reply

Your email address will not be published.