ରାଜ୍ୟରେ ଆଉ ୫୮୦ କରୋନା ପଜିଟିଭ୍‌ ଚିହ୍ନଟ, ୪ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଆଉ ୫୮୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆଜି ପଜିଟିଭ୍‌ ହାର ରହିଛି ୦.୯୫ପ୍ରତିଶତ । ୫୮୦ ସଂକ୍ରମିତଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୭୭ ଜଣ । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୬୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

କେବଳ ଖୋର୍ଦ୍ଧା ଜିଲ୍ଲାକୁ ବାଦ୍‌ ଦେଇ ଅନ୍ୟ ସବୁ ଜିଲ୍ଲାରେ ୧୦୦ ତଳେ ରହିଛି ସଂକ୍ରମଣ । ୨୪ ଘଣ୍ଟାରେ ୬୦ ହଜାର ୭୨୨ କୋଭିଡ୍‌ ଟେଷ୍ଟିଂ ହୋଇଛି। ରାଜ୍ୟରେ ଏବେ ଆକ୍ଟିଭ୍‌ କେସ୍‌ ରହିଛି ୫ ହଜାର ୯୬୩ । ସେହିପରି ରାଜ୍ଯରେ ଆଜି ୪ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.