ରାଜ୍ୟରେ ଆଜି ୪୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ, ୪ମୃତ

ଭୁବନେଶ୍ବର(କେନ୍ଯୁଜ୍): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୪୪୧ ଜଣ କରୋନା ପଜିଟିଭ୍  ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୮୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୭ ହଜାର ୯୬୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୫ ହଜାର ୦୨୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୫୮୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୬ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୧୩ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧରୁ ୪ ଜଣ, କଟକରୁ ୩୭ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧ ଜଣ, ଗଜପତିରୁ ୬ ଜଣ, ଜଗତସିଂହପୁରରୁ ୧୬ ଜଣ, ଯାଜପୁରରୁ ୧୩ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୫ ଜଣ, କେନ୍ଦୁଝରରୁ ୧ ଜଣ, ଖୋର୍ଦ୍ଧାରୁ ୨୦୫ ଜଣ, ମୟୂରଭଞ୍ଜରୁ ୧୦ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୭ ଜଣ, ରାୟଗଡ଼ାରୁ ୧୦ ଜଣ, ସମ୍ୱଲପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୧୪ ଜଣ ଓ ଷ୍ଟେଟ ପୁଲରୁ ୫୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୭ ହଜାର ୯୬୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୫ ହଜାର ୦୨୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୫୮୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସେହିପରି, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୪ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଅନୁଗଳ ଜିଲ୍ଲାରୁ ୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଓ ପୁରୀ ଜିଲ୍ଲାରୁ ଜଣେ କରୋନା ସଂକ୍ରମିତଙ୍କ ପ୍ରାଣହାନି ଘଟିଛି।

Leave A Reply

Your email address will not be published.