ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୪୬୨ କରୋନା ପଜିଟିଭ୍‌ ଚିହ୍ନଟ, ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର(କେନ୍ଯୁଜ୍):ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ଆଉ ୪୬୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆଉ ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ପଜିଟିଭ୍‌ ହାର ରହିଛି ୦.୮୦ ପ୍ରତିଶତ । ୪୬୨ ସଂକ୍ରମିତଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୭୦ ଜଣ ।

ଆଜି ଖୋର୍ଦ୍ଧାରୁ ୨୦୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେବଳ ଖୋର୍ଦ୍ଧା ଜିଲ୍ଲାକୁ ବାଦ୍‌ ଦେଇ ଅନ୍ୟ ସବୁ ଜିଲ୍ଲାରେ ୧୦୦ ତଳେ ରହିଛି ସଂକ୍ରମଣ । ୨୪ ଘଣ୍ଟାରେ ୫୭ ହଜାର ୧୩୭ କୋଭିଡ୍‌ ଟେଷ୍ଟିଂ ହୋଇଛି। ରାଜ୍ୟରେ ଏବେ ଆକ୍ଟିଭ୍‌ କେସ୍‌ ରହିଛି ୫ ହଜାର ୩୫୧।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.