ରାଜ୍ଯରେ ଗତ ୨୪ ଘଣ୍ଟା ମଧ୍ୟରେ ୫୨୪ କରୋନା ପଜିଟିଭ୍ ଚିହ୍ନଟ, ୧୮ ବର୍ଷରୁ କମ୍ ୭୫ ଜଣ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ଯରେ ଗତ ୨୪ ଘଣ୍ଟା ମଧ୍ୟରେ ୫୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୦୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୧୮ ଜଣ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୫ ଜଣ ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ରାଜ୍ଯରେ ଗତ ୨୪ ଘଣ୍ଟାରେ ଅନୁଗୁଳରୁ ୬ ଜଣ, ବାଲେଶ୍ୱରରୁ ୨୦ ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୭୫ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧୫ ଜଣ, ଯାଜପୁରରୁ ୧୪ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୭ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧାରୁ ୨୫୦ ଜଣ, କୋରାପୁଟରୁ ୩ ଜଣ, ମୟୁରଭଞ୍ଜରୁ ୨୨ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୮ ଜଣ, ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ ପୁଲରୁ ୫୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୦ ହଜାର ୫୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୧୭ ହଜାର ୧୧୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫ ହଜାର ୧୧୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି। ତେବେ ସୂଚନା ଥାଉକି, ଗତକାଲି ୫୮୨ ସଂକ୍ରମିତ ଚିହ୍ନଟ ହୋଇଥିଲେ । ସେହିପରି  ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୮୩ ଆକ୍ରାନ୍ତ ରହିଥିଲେ ।  ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୩୭ ଜଣ ଓ ଲୋକାଲ୍ କେସରୁ ୪୫ ଜଣ ଚିହ୍ନଟ ହୋଇଥିଲେ। ଗତକାଲି ତୁଳନାରେ ସଂକ୍ରମିତଙ୍କ ସଂଖ୍ଯା କମ୍ ରହିଛି ।

Leave A Reply

Your email address will not be published.