ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ, ୪ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ  ୫୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୦୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୨୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୬୮ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୩୩ ଜଣ, ଭଦ୍ରକରୁ ୩ ଜଣ, ବରଗଡ଼ରୁ ୨ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୬୩ ଜଣ, ଦେବଗଡ଼ରୁ ୩ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧୬ ଜଣ, ଯାଜପୁରରୁ ୧୩ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୪ ଜଣ, ଖୋର୍ଦ୍ଧାରୁ ୨୩୩ ଜଣ, କୋରାପୁଟରୁ ୪ ଜଣ, ମୟୁରଭଞ୍ଜରୁ ୨୯ ଜଣ, ମାଲକାନଗିରିରୁ ୨ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୭ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୯ ଜଣ ଓ ଷ୍ଟେଟ ପୁଲରୁ ୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୧ ହଜାର ୪୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୧୭ ହଜାର ୭୧୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫ ହଜାର ୩୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ଅନ୍ଯପଟେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪ଜଣଙ୍କ ଜୀବନ ନେଇଛି କରୋନା ମହାମାରୀ । ସୂଚନା ଥାଉକି, ଗତକାଲି ରାଜ୍ଯରେ ୫୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୦୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୧୮ ଜଣ ଚିହ୍ନଟ ହୋଇଥିଲେ। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୫ ଜଣ ପଜିଟିଭ ଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.